Zilla Parishad, Ganjam

Zilla Parishad, Ganjam Zilla Parishad to manage and oversee the implementation of various flagship schemes

ଆଜି ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଶେରଗଡ଼ ବ୍ଲକର ବିଭିନ୍ନ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ସ...
20/08/2026

ଆଜି ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଶେରଗଡ଼ ବ୍ଲକର ବିଭିନ୍ନ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ। ଶିକ୍ଷାର ଗୁଣାତ୍ମକ ମାନ, ବିଦ୍ୟାଳୟର ପରିବେଶ ଓ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ବିକାଶ ନେଇ ଆଲୋଚନା କରିଥିଲେ।

ଆଜି ସୁବଳୟା ଗ୍ରାମ ପଞ୍ଚାୟତ ଅଧୀନ ପାଲୁର ଜଙ୍କସନଠାରେ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ ଅଭିଯାନ ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାର...
18/08/2026

ଆଜି ସୁବଳୟା ଗ୍ରାମ ପଞ୍ଚାୟତ ଅଧୀନ ପାଲୁର ଜଙ୍କସନଠାରେ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ ଅଭିଯାନ ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଯୋଗଦେଇ ସ୍ୱଚ୍ଛ, ସବୁଜ ଓ ପ୍ଲାଷ୍ଟିକ୍‌ମୁକ୍ତ ପରିବେଶ ଗଠନ ପାଇଁ ଗ୍ରାମବାସୀଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଅଧିକାରୀ ଓ ଗ୍ରାମବାସୀମାନେ ଉପସ୍ଥିତ ଥିଲେ।

୮୦ତମ ସ୍ୱାଧୀନତା ଦିବସ ଅବସରରେ ଆଜି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଅଞ୍ଜଳି ସ୍ୱାଇଁ ଜାତୀୟ ପତାକା ଉତ୍...
15/08/2026

୮୦ତମ ସ୍ୱାଧୀନତା ଦିବସ ଅବସରରେ ଆଜି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଅଞ୍ଜଳି ସ୍ୱାଇଁ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ସମେତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସ୍ୱାଧୀନତା ଦିବସର ଗୌରବମୟ ଅବସରକୁ ପାଳନ କରିଥିଲେ

ଆଜି ଗଞ୍ଜାମ ବ୍ଲକ ପାଣିବନ୍ଧ ଗ୍ରାମରେ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ ଅଭିଯାନ ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଗ୍ରାମବାସୀଙ୍କ...
11/08/2026

ଆଜି ଗଞ୍ଜାମ ବ୍ଲକ ପାଣିବନ୍ଧ ଗ୍ରାମରେ ‘ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ’ ଅଭିଯାନ ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଗ୍ରାମବାସୀଙ୍କୁ ସ୍ୱଚ୍ଛ, ସବୁଜ ଓ ପ୍ଲାଷ୍ଟିକ୍‌ମୁକ୍ତ ପରିବେଶ ଗଢ଼ିବାକୁ ପ୍ରେରଣା ଦେବାସହିତ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ ମାଧ୍ୟମରେ ଅଞ୍ଚଳବାସୀଙ୍କୁ ଜାତୀୟ ପତାକା ବଣ୍ଟନ କରିଥିଲେ ।

ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଆଜି ଛତ୍ରପୁର ବ୍ଲକ୍‌ର IREL ମଇନ୍ସ ଦ୍ଵାରା ପ୍ରଭାବିତ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ ପରିଦର୍ଶ...
24/07/2026

ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଆଜି ଛତ୍ରପୁର ବ୍ଲକ୍‌ର IREL ମଇନ୍ସ ଦ୍ଵାରା ପ୍ରଭାବିତ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରି ଉନ୍ନୟନମୂଳକ କାର୍ଯ୍ୟ, ଭିତ୍ତିଭୂମି ସୁବିଧା ଓ ଶିକ୍ଷା ପରିବେଶର ସମୀକ୍ଷା କରିବା ସହିତ ଗୁଣବତ୍ତା ବଜାୟ ରଖି ସମସ୍ତ କାର୍ଯ୍ୟ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଆଜି ଚିକିଟି ବ୍ଲକ ଗସ୍ତ କରି କଲ୍ୟାଣ ମଣ୍ଡପ, ବିଦ୍ୟାଳୟ, ପୋଖରୀଗୁଡ଼ିକର ସୌନ୍ଦର୍ଯ୍ୟୀକରଣ ଇ...
23/07/2026

ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଆଜି ଚିକିଟି ବ୍ଲକ ଗସ୍ତ କରି କଲ୍ୟାଣ ମଣ୍ଡପ, ବିଦ୍ୟାଳୟ, ପୋଖରୀଗୁଡ଼ିକର ସୌନ୍ଦର୍ଯ୍ୟୀକରଣ ଇତ୍ୟାଦି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ପରିଦର୍ଶନ କରିବା ସହିତ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ ଗୁଡିକୁ ଶେଷ କରିବାକୁ ସ୍ଥାନୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ, ଗଞ୍ଜାମ ଆଜି ପୁରୁଷୋତ୍ତମପୁର ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ପରିଦର୍ଶନ କରିଥିଲେ...
13/07/2026

ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ, ଗଞ୍ଜାମ ଆଜି ପୁରୁଷୋତ୍ତମପୁର ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ପରିଦର୍ଶନ କରିଥିଲେ ।

ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬: ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୋରାଡା ବିଧାନସଭା ନିର୍ବାଚନମଣ୍ଡଳୀର ବି.ଏଲ.ଓମାନଙ୍କ ସହ ଅଗ୍ରଗତି ସ...
25/06/2026

ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬: ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୋରାଡା ବିଧାନସଭା ନିର୍ବାଚନମଣ୍ଡଳୀର ବି.ଏଲ.ଓମାନଙ୍କ ସହ ଅଗ୍ରଗତି ସମୀକ୍ଷା କରିଥିଲେ। ବୈଠକରେ ନିର୍ଦ୍ଧାରିତ ସମୟସୀମାରେ କାର୍ଯ୍ୟ ସମ୍ପାଦନ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।

ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ର ସଫଳ କାର୍ଯ୍ୟାନ୍ବୟନ ନିମନ୍ତେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୋରଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ...
24/06/2026

ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ର ସଫଳ କାର୍ଯ୍ୟାନ୍ବୟନ ନିମନ୍ତେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୋରଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବି.ଏଲ.ଓମାନଙ୍କ ସହ ଅଗ୍ରଗତି ସମୀକ୍ଷା କରିଥିଲେ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ, ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଏବଂ ଜନସଚେତନତା ବୃଦ୍ଧି ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।

ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୋରଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବି.ଏଲ.ଓ ମାନଙ୍କ ସହ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ର ଅଗ୍ରଗତି ...
23/06/2026

ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୋରଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବି.ଏଲ.ଓ ମାନଙ୍କ ସହ ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାର୍ଯ୍ୟ ସମାପନ, ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଏବଂ ସଚେତନତା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

Address

Zilla Parishad, Ganjam
Chhatrapur
761020

Opening Hours

Monday 9:30am - 6pm
Tuesday 10:30am - 5pm
Wednesday 10:30am - 5pm
Thursday 10:30am - 5pm
Friday 10:30am - 5pm
Saturday 10:30am - 5pm
Sunday 10am - 5pm

Telephone

+916811263965

Alerts

Be the first to know and let us send you an email when Zilla Parishad, Ganjam posts news and promotions. Your email address will not be used for any other purpose, and you can unsubscribe at any time.

Contact The Organization

Send a message to Zilla Parishad, Ganjam:

Shortcuts

Share