16/03/2026
କଟକ ଏସସିବି ମେଡ଼ିକାଲରେ ଗତକାଲି ଘଟିଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଘଟଣା ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ l ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି l ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସେମାନଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।
ସରକାର ସମସ୍ତ ପ୍ରକାର ସହଯୋଗ ପାଇଁ ପ୍ରସ୍ତୁତ ରହିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ମୃତକଙ୍କ ପରିବାର ପ୍ରତି ୨୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।
ଏହି ଅଭାବନୀୟ ଘଟଣାରେ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି l